କ୍ୟାବିନେଟ୍ ବୈଠକ: ୧୧ଟି ବିଭାଗର ୧୬ ପ୍ରସ୍ତାବ ଅନୁମୋଦନ

ଭୁବନେଶ୍ୱର: ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୮ତମ  ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ  ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ   ହୋଇଯାଇଛି l  ବୈଠକରେ  ୧୧ ଟି ବିଭାଗର ୧୬ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି l ବୈଠକ ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ,  ଶାସନ ମୁଖ୍ୟ ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କ ୨୫ ବର୍ଷର କାର୍ଯ୍ୟକାଳ ପୂର୍ଣ୍ଣ ହୋଇଥିବା ଅବସରରେ ତାଙ୍କୁ ଅଭିନନ୍ଦନ ଜଣାଇ ଓଡ଼ିଶା ରାଜ୍ୟ କ୍ୟାବିନେଟ ରେ ସଂକଳ୍ପ ପାରିତ ହୋଇଥିବା ସମ୍ପର୍କରେ ଗଣ ମାଧ୍ୟମକୁ ସୂଚନା ଦେଇଥିଲେl ପରେ ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ  କ୍ୟାବିନେଟ ବୈଠକରେ ନିଆଯାଇଥିବା ଅନ୍ୟ ସମସ୍ତ ପ୍ରସ୍ତାବର ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଥିଲେl

ଅନୁଷ୍ଠିତ କ୍ୟାବିନେଟ ବୈଠକରେ ମତ୍ସ୍ୟ ଓ ପ୍ରାଣୀପାଳନ ବିଭାଗ ର ୨ଟି,ଶିଳ୍ପ ବିଭାଗର ୧ଟି, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ୧ଟି, ଅର୍ଥ ବିଭାଗ ର ୧ଟି, ଇଲେକ୍ଟ୍ରୋନିକ ଓ ଆଇଟି ବିଭାଗ ର ୧ଟି, କୃଷି ଓ କୃଷକ ସଶକ୍ତିକରଣ ବିଭାଗର ୧ଟି, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ର ୧ଟି, ଜଳ ସମ୍ପଦ ବିଭାଗର ୩ଟି, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ୩ ଟି, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ୧ଟି ଏବଂ ଗୋଟିଏ ପ୍ରସ୍ତାବ ସପ୍ତଦଶ ଓଡ଼ିଶା ବିଧାନସଭାର ସପ୍ତମ ଅଧିବେଶନର ସତ୍ରାବସାନ (ସଂସଦୀୟ ବ୍ୟାପାର ) ସମ୍ପର୍କିତ  ଏହିପରି ମୋଟ ୧୧ଟି ବିଭାଗର ୧୬ ଟି ପ୍ରସ୍ତାବ ରାଜ୍ୟ କ୍ୟାବିନେଟ ବୈଠକରେ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି l

Leave a Reply

Your email address will not be published. Required fields are marked *