ଭୁବନେଶ୍ୱର: ଶ୍ରମ ବିଭାଗ, ଓଡ଼ିଶା ଦ୍ୱାରା ବିଭିନ୍ନ ଶ୍ରମ ଆଇନ ଉପରେ ସହକାରୀ ଶ୍ରମ ଅଧିକାରୀ ମାନଙ୍କୁ ଏକ ୩ ଦିନିଆ ତାଲିମ କାର୍ଯକ୍ରମ ର।ଜ୍ୟ ଶ୍ରମ ସଂସ୍ଥାନର ସମ୍ମିଳନୀ କକ୍ଷରେ ଉଦ୍ଘାଟିତ ହୋଇଯାଇଛି। ଏହି ତାଲିମ କାର୍ଯକ୍ରମକୁ ଶ୍ରମ ଆୟୁକ୍ତ ଇନ୍ଦ୍ରମଣୀ ତ୍ରିପାଠୀ ଉଦଘାଟନ କରିଥିଲେ। ଶ୍ରମ ବିଭାଗର ଅତିରିକ୍ତ ଶାସନ ସଚିବ ତଥା ନିର୍ଦେଶକ, ରାଜ୍ୟ ଶ୍ରମ ସଂସ୍ଥାନ ନୀତି ରଞ୍ଜନ ଶେନ ଉଦ୍ଘାଟନୀ କାର୍ଯକ୍ରମକୁ ସଂଚାଳନା କରିଥିଲେ। ଅନ୍ୟାନ୍ୟ ଅତିଥି ଭାବେ ନରେଶ ଚନ୍ଦ୍ର ସାହୁ, ପୂର୍ବତନ ଯୁଗ୍ମ ଶ୍ରମ ଆୟୁକ୍ତ ଯୋଗଦାନ କରିଥିଲେ। ବିଘ୍ନଜିତ ମହନ୍ତ ମହାପାତ୍ର, ଯୁଗ୍ମ ଶ୍ରମ ଆୟୁକ୍ତ ଧନ୍ୟବାଦ ଅର୍ପଣ କରିଥିଲେ।
ଏହି ତାଲିମ କାର୍ଯକ୍ରମରେ ଶ୍ରମ ନିର୍ଦ୍ଦେଶାଳୟର ୪୦ ଜଣ ସହକାରୀ ଶ୍ରମ ଅଧିକାରୀ ଯୋଗଦାନ କରିଛନ୍ତି। କାର୍ଯକ୍ରମ ଆସନ୍ତା ୩୧ ତାରିଖରେ ଉଦଯାପିତ ହେବ।