ଶ୍ରମ ଆଇନ ଉପରେ ସହକାରୀ ଶ୍ରମ ଅଧିକାରୀଙ୍କ ୩ ଦିନିଆ ତାଲିମ ଉଦଯାପିତ

ଭୁବନେଶ୍ୱର: ଶ୍ରମ ବିଭାଗ, ଓଡ଼ିଶା ଦ୍ୱାରା ବିଭିନ୍ନ ଶ୍ରମ ଆଇନ ଉପରେ ସହକାରୀ ଶ୍ରମ ଅଧିକାରୀ ମାନଙ୍କୁ ଏକ ୩  ଦିନିଆ ତାଲିମ କାର୍ଯକ୍ରମ ର।ଜ୍ୟ ଶ୍ରମ ସଂସ୍ଥାନର ସମ୍ମିଳନୀ କକ୍ଷରେ ଉଦଯାପିତ ହୋଇଯାଇଛି। ଏହି ତାଲିମ କାର୍ଯକ୍ରମକୁ ତ। ୨୯.୦୭.୨୦୨୫ରିଖରେ ଶ୍ରମ ଆୟୁକ୍ତ ଇନ୍ଦ୍ରମଣୀ ତ୍ରିପାଠୀ ଉଦଘାଟନ କରିଥିଲେ। ଶ୍ରମ ବିଭାଗର ଅତିରିକ୍ତ ଶାସନ ସଚିବ ତଥା ନିର୍ଦେଶକ, ରାଜ୍ୟ ଶ୍ରମ ସଂସ୍ଥାନ ନୀତି ରଞ୍ଜନ ଶେନ ଉଦ୍ଘାଟନୀ କାର୍ଯକ୍ରମକୁ ସଂଚାଳନା କରିଥିଲେ। ବିଘ୍ନଜିତ ମହନ୍ତ ମହାପାତ୍ର, ଯୁଗ୍ମ ଶ୍ରମ ଆୟୁକ୍ତ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯକ୍ରମରେ ନରେଶ ଚନ୍ଦ୍ର ସାହୁ, ଡ. ବିଜଯ କୁମାର ସୁନ୍ଦରାୟ, ଭାରତୀ ସିଠା, ଗୌରବ ମହାନ୍ତି, ପ୍ରଶାନ୍ତ କୁମାର ନନ୍ଦ ଓ ଡ. ଶୋହିନୀ ମହାପାତ୍ର ପ୍ରମୁଖ ତାଲିମଦାତା ସହକାରୀ ଶ୍ରମ ଅଧିକାରୀମାନଙ୍କୁ ତାଲିମ ପ୍ରଦାନ କରିଥିଲେ। 

ଉଦଯାପନି ଉତ୍ସବରେ କୃତକାର୍ଯ ହୋଇଥିବା ୪୦ ଜଣ ସହକାରୀ ଶ୍ରମ ଅଧିକାରୀ ମାନଙ୍କୁ ଗ୍ରୁପ ଫଟୋ ଓ ପ୍ରମାଣପତ୍ର ଶ୍ରମ ଆୟୁକ୍ତ ଇନ୍ଦ୍ରମଣୀ ତ୍ରିପାଠୀ ପ୍ରଦାନ କରିଥିଲେ। ଅନ୍ୟାନ୍ୟ ଅତିଥି ଭାବେ ଅତିରିକ୍ତ ଶ୍ରମ ଆୟୁକ୍ତ ଘ।ସିରାମ ଟୁଡୁ ଓ ମଦନ ମୋହନ ପାଇକ, ଯୁଗ୍ମ ଶ୍ରମ ଆୟୁକ୍ତ ବିଘ୍ନଜିତ ମହନ୍ତ ମହାପାତ୍ର ଇତ୍ୟାଦି ଉଦଯାପନି ଉତ୍ସବରେ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *