ସଚିବସ୍ତରୀୟ ବୈଠକ ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ପୂର୍ବାହ୍ନରେ ସଚିବସ୍ତରୀୟ ବୈଠକ ଖାରବେଳ ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ରାଜ୍ୟ ସରକାରଙ୍କ ବିଭିନ୍ନ ନୂତନ ଯୋଜନାର କାର୍ୟ୍ୟକାରିତା, ବିଭାଗଗୁଡିକରେ ଖାଲିଥିବା ପଦବୀ ପୂରଣ, ସରକାରୀ କର୍ମଚାରୀମାନଙ୍କୁ ନିର୍ଦ୍ଧାରିତ ଅବସରକାଳୀନ ପ୍ରାପ୍ୟ ଓ ପେନସନ ପ୍ରଦାନ, ସଚିବମାନଙ୍କ ଜିଲ୍ଲାଗସ୍ତ ପର୍ୟ୍ୟବେକ୍ଷଣ ସହିତ ସଂପର୍କିତ ପରବର୍ତ୍ତୀ କାର୍ୟ୍ୟାନୁଷ୍ଠାନ ଆଦି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରାଯାଇଥିଲା ।ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର, ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମାଙ୍କ ସମେତ ଅନ୍ୟ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, କମିଶନର ତଥା ଶାସନ ସଚିବମାନେ ଯୋଗଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ ।
