ସମସ୍ୟାର ସମାଧାନ ଉପରେ ଗୁରୁତ୍ବ ଦେବାକୁ ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କୁ ପରାମର୍ଶ

ଭୁବନେଶ୍ୱର:  ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅନ୍ତର୍ଗତ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଅଧିନ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନିଯୁକ୍ତି ପାଇଥିବା ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କ ନିମନ୍ତେ ଦୁଇଟି ପର୍ଯ୍ୟାୟରେ ଚାଲିଥିବା ଦିଗଦର୍ଶନ କର୍ମଶାଳା ଉଦଯାପିତ ହୋଇଛି। ଶିରିପୁରସ୍ଥିତି ଇମେଜ୍ ଠାରେ ଦୁଇଟି ପର୍ଯ୍ୟାୟରେ ପ୍ରାୟ ୨୪୦ ଜଣ ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କୁ ନେଇ ଦିଗଦର୍ଶନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଉଦଯାପନୀ ଅଧିବେଶନରେ ଅତିରିକ୍ତ ନିର୍ଦ୍ଦେଶକ ବିନିତା ସେନାପତି, ଯୁଗ୍ମ ନିର୍ଦ୍ଦେଶକ ସସ୍ମିତା ମାଳି,  ଉପନିର୍ଦ୍ଦେଶକ ସି.ଏଚ୍. ବିଜୟଲକ୍ଷ୍ମୀ ପ୍ରମୁଖ ଉପସ୍ଥିତ ଥିଲେ। 

ଏହି ଅବସରରେ ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀମତୀ ସେନାପତି ସମସ୍ୟାର ସମାଧାନ ଉପରେ ଗୁରୁତ୍ବ ଦେବାକୁ ପରାମର୍ଶ ଦେଇଥିଲେ। ସେହିପରି ଯୁଗ୍ମ ନିର୍ଦ୍ଦେଶକ ସସ୍ମିତା ମାଳି ଦୁଇଟି ପର୍ଯ୍ୟାୟରେ ହୋଇଥିବା ପିଜିଟି ପ୍ରଶିକ୍ଷଣ କର୍ମଶାଳା ସଫଳ ହୋଇଥିବା ଖୁସି ବ୍ୟକ୍ତ କରିଥିଲେ ଏବଂ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ଆଗାମୀ ଭବିଷ୍ୟତ ପାଇଁ ଶୁଭେଚ୍ଛା ଜଣାଇଥିଲେ। ଏଥିସହ ଉପନିର୍ଦ୍ଦେଶକ ସି.ଏଚ୍ ବିଜୟଲକ୍ଷ୍ମୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ସୂଚନାଯୋଗ୍ୟ, ପିଜିଟି ଶିକ୍ଷକଶିକ୍ଷୟିତ୍ରୀଙ୍କୁ ନେଇ ଆୟୋଜିତ ଦିଗଦର୍ଶନ କର୍ମଶାଳା ଦୁଇଟି ପର୍ଯ୍ୟାୟରେ ଆୟୋଜନ କରାଯାଇଥିଲା। ପ୍ରଥମ ପର୍ଯ୍ୟାୟ ଜୁଲାଇ ୨୦ରୁ ଜୁଲାଇ ୨୪ ତାରିଖ ଯାଏଁ ଅନୁଷ୍ଠିତ ହେଉଥିବା ବେଳେ ଦ୍ବିତୀୟ ପର୍ଯ୍ୟାୟ କର୍ମଶାଳା ଜୁଲାଇ ୨୭ରୁ ଜୁଲାଇ ୩୧  ତାରିଖ ଯାଏଁ ଅନୁଷ୍ଠିତ ହୋଇଛି। ପ୍ରଥମ ପର୍ଯ୍ୟାୟରେ ଅର୍ଥଶାସ୍ତ୍ର ଓ ସଂସ୍କୃତର ୧୨୦ ଜଣ ପିଜିଟି ଯୋଗଦେଇଥିବା ବେଳେ ଦ୍ବିତୀୟ ପର୍ଯ୍ୟାୟରେ ରାଜନୀତି ବିଜ୍ଞାନ ଓ ଅର୍ଥଶାସ୍ତ୍ର ଓ ସଂସ୍କୃତର ଆଉ ୧୨୦ ଜଣ ପିଜିଟି ଯୋଗ ଦେଇଥିଲେ।

Leave a Reply

Your email address will not be published. Required fields are marked *