ଧନ୍ଦାମୂଳକ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ୫ ଦିବସୀୟ ପ୍ରଶିକ୍ଷଣ ଶିବିର

ଭୁବନେଶ୍ବର : ସେଞ୍ଚୁରିଆନ୍ ୟୁନିଭର୍ସିଟି ଠାରେ ସରକାରୀ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ନିମନ୍ତେ SPEFL  Trade  କୁ ନେଇ ଏକ ୫ ଦିବସୀୟ ଆବାସିକ ବ୍ୟବହାରିକ ଦକ୍ଷତା ବିକାଶ ( Hands on Skill ) ପ୍ରଶିକ୍ଷଣ ଉଦଘାଟିତ ହୋଇଯାଇଛି। ଏହାର ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଉଚ୍ଚ ମଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ନିୟତୀ ପଟ୍ଟନାୟକ ଯୋଗଦେଇଥିଲେ। ଏହି  ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଛାତ୍ରଛାତ୍ରୀମାନଙ୍କୁ ଦକ୍ଷତା ହାସଲ କରିବା ଦିଗରେ ପ୍ରେରଣା ପ୍ରଦାନ କରିବା ସହିତ ଧନ୍ଦାମୂଳକ ଶିକ୍ଷାର ଗୁରୁତ୍ୱ ଉପରେ ଆଲୋକପାତ କରିବ ବୋଲି ମତ ପ୍ରକାଶ କରିଛନ୍ତି ନିର୍ଦ୍ଦେଶକ ଶ୍ରୀମତୀ ପଟ୍ଟନାୟକ।  

ସେହିପରି ସେଞ୍ଚୁରିଆନ୍ ୟୁନିଭର୍ସିଟିର କୂଳପତି ପ୍ରଫେସର ଡାଃ ସୁପ୍ରିୟା ପଟ୍ଟନାୟକ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ଛାତ୍ରଛାତ୍ରୀମାନଙ୍କୁ ଧନ୍ଦାମୂଳକ ଶିକ୍ଷାର ଆବଶ୍ୟକତା ତଥା ଭବିଷ୍ୟତ ଗଠନ ବିଷୟରେ ଅବଗତ କରିଥିଲେ। ଏହି ଅବସରରେ ନିର୍ଦ୍ଦେଶାଳୟର ଉପନିର୍ଦେଶକ  ଜିତେନ୍ଦ୍ର ନାୟକ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିବା ବେଳେ ଉପନିର୍ଦ୍ଦେଶକ ସି.ଏଚ. ବିଜୟଲକ୍ଷ୍ମୀ ଧନ୍ୟବାଦ ଅର୍ପଣ କରିଥିଲେ।

ସୂଚନାଯୋଗ୍ୟ ଯେ , ଏହି ଆବାସିକ ପ୍ରଶିକ୍ଷଣ କର୍ଯ୍ୟକ୍ରମରେ ପ୍ରାୟ ୧୦୦ ଜଣ ଛାତ୍ରଛାତ୍ରୀ ଓ ଶିକ୍ଷକଶିକ୍ଷୟିତ୍ରୀ ଅଂଶଗ୍ରହଣ କରିଛନ୍ତି ଏବଂ ସେମାନେ ଏହି ପ୍ରଶିକ୍ଷଣ ମାଧ୍ୟମରେ ଧନ୍ଦାମୂଳକ ସମ୍ବନ୍ଧୀୟ ବିଭିନ୍ନ ବିଷୟରେ ଜ୍ଞାନ ଅର୍ଜନ କରିବା ସହିତ ଏହାର ବ୍ୟବହାରିକ ଅଭିଜ୍ଞତା ହାସଲ କରିବେ।

Leave a Reply

Your email address will not be published. Required fields are marked *